ପଦ୍ମ ଧରିଲେ ମମତା

ବିଜେପିରେ ମିଶିଲେ ମମତା ମହାନ୍ତ

ବିଜେପିରେ ଯୋଗଦେଲେ ମମତା ମହାନ୍ତ । ବିଜେପି ଦିଲ୍ଲୀ ମୁଖ୍ୟାଳୟରେ ସାଧାରଣ ସଂପାଦକ ଅରୁଣ ସିଂହଙ୍କ ଉପସ୍ଥିତିରେ ପଦ୍ମ ଧରିଲେ ମମତା । ଏହି ମିଶ୍ରଣ ପର୍ବରେ ଓଡ଼ିଶା ପ୍ରଭାରୀ ବିଜୟପାଲ୍‌ ସିଂ ତୋମାରଙ୍କ ସହ ବହୁ ନେତା ଉପସ୍ଥିତ ଥିଲେ । କାଲି ରାଜ୍ୟସଭା ସାଂସଦ ଓ ବିଜେଡିରୁ ଇସ୍ତଫା ଦେଇଥିଲେ ମମତା ମହାନ୍ତ ।

ବିଜେପିରେ ମିଶିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସେ କହିଛନ୍ତି ଯେ, ଲୋକମାନେ ମୋର ସଂପତ୍ତି, ଲୋକଙ୍କ ସେବା ହିଁ ଏକମାତ୍ର ଲକ୍ଷ୍ୟ । ବିଜେଡିରେ ଅଣଦେଖା କରାଗଲା, ସେବା ସୁଯୋଗ ପାଇଲିନି । ବିଜେଡିରେ ମୋର ଆଉ ଆବଶ୍ୟକତା ଲୋଡ଼ା ପଡୁନି ଅନୁଭବ କଲି ବୋଲି ମମତା ମହାନ୍ତ କହିଛନ୍ତି ।

Leave a Reply

Your email address will not be published. Required fields are marked *