ଚତୁର୍ଥ ଥର ପାଇଁ ସଭାପତି ନିର୍ବାଚିତ ହେଲେ ମନମୋହନ ସାମଲ
ଆଜି ବିଦ୍ଧିବଦ୍ଧ ଭାବେ ପୁଣି ଥରେ ରାଜ୍ୟ ବିଜେପିର ମଙ୍ଗ ଧରିଲେ ମନମୋହନ। ଗତକାଲି ଏକମାତ୍ର ପ୍ରାର୍ଥୀ ଭାବେ ବିଜେପି ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିଥିଲେ । ତେଣୁ ମନମୋହନ ହିଁ ପୁଣି ଥରେ ରାଜ୍ୟ ବିଜେପିର ମଂଗ ଧରିବେ ଏହା ସ୍ପଷ୍ଟ ହେବା ପରେ ସେ ରାଜ୍ୟ ବିଜେପିର ସଭାପତି ଭାବେ ନିର୍ଦ୍ବନ୍ଦ୍ବ ରେ ନିର୍ବାଚିତ ହୋଇଛନ୍ତି । ସଭାପତି ନିର୍ବାଚନ ପୂର୍ବରୁ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗତକାଲି ଦିନ ତମାମ ଲାଗି ରହିଥିଲା ଗହଳି ଚହଳି । ମୁଖ୍ୟମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ଦଳୀୟ ବିଧାୟକ, ମନ୍ତ୍ରୀ, ସାଂସଦ ଓ ଅନ୍ୟ ନେତା ପହଁଚିଥିଲେ । କିଏ କିଏ ନାମାଙ୍କନ ଦାଖଲ କରିବେ ସେ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ମଧ୍ୟ ହୋଇଥିଲା । ଶେଷରେ ସମସ୍ତଙ୍କ ଉପସ୍ଥିତିରେ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ ମନମୋହନ । ତେବେ ବିଜେପି ରାଷ୍ଟ୍ରୀୟ ପରିଷଦ ସଦସ୍ୟ ପାଇଁ ୩୨ଜଣ ନାମାଙ୍କନ କରିଛନ୍ତି ।
