ନାଗପୁର ଫ୍ୟାକ୍ଟ୍ରିରେ ଭୟଙ୍କର ବିସ୍ଫୋରଣ, ୧୫ ମୃତ
ମହାରାଷ୍ଟ୍ରର ନାଗପୁର ଜିଲ୍ଲାରେ ଏକ ଭୟଙ୍କର ବିସ୍ଫୋରଣ ଘଟିଛି । ଯେଉଁଥିରେ ୧୫ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି । ନାଗପୁରର କାଟୋଲ ତାଲୁକାରେ ଥିବା SBL କମ୍ପାନୀରେ ଏହି ଭୟଙ୍କର ବିସ୍ଫୋରଣ ଘଟିଛି । ଆଗକୁ ମୃତ୍ୟୁସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି ।ସୂଚନାନୁଯାୟୀ, ଏହି କମ୍ପାନୀରେ ବିସ୍ଫୋରକ ଡେଟୋନେଟର ତିଆରି କରାଯାଏ । ଫଳରେ ଏହି ବିସ୍ଫୋରଣରେ ଅତି କମରେ ୧୫ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ରହିଥିବା ସୂଚନା ମିଳୁଛି । ଆହତମାନଙ୍କୁ ନାଗପୁରର ଅରେଞ୍ଜ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହାରି ମଧ୍ୟରେ ଘଟଣା ସମ୍ପର୍କରେ ସୂଚନା ପାଇ ଅଗ୍ନିଶମ ବାହିନୀ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛି । କିନ୍ତୁ ଏପର୍ଯ୍ୟନ୍ତ ବିସ୍ଫୋରଣର କାରଣ ଜଣାପଡିପଡିନାହିଁ । ବର୍ତ୍ତମାନ ଏହି ଘଟଣାର ତଦନ୍ତ କରାଯାଉଛି ।
