୩୦ ଜିଲ୍ଲାରେ ମେଡିକାଲ କଲେଜ
ରାଜ୍ୟରେ ସ୍ବାସ୍ଥ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି । ତେବେ ଏସବୁ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ରାଜ୍ୟର ସବୁ ଜିଲ୍ଲା ମୁଖ୍ୟାଳୟରେ ମେଡିକାଲ କଲେଜ ହେବ । ୩୦ ଜିଲ୍ଲାରେ ମେଡିକାଲ କଲେଜ ଖୋଲିବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଜି ଗୃହରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟରେ ଡାକ୍ତର ଅଭାବ ଥିବା ନେଇ ଗୃହରେ ସ୍ୱୀକାର କରିଛନ୍ତି । ଏହା ସହ ସେ କହିଛନ୍ତି, ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିବ । ୩୦୦୦ ପାରା ମେଡିକାଲ ଷ୍ଟାଫ ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିବ । ନିଯୁକ୍ତି ପାଇଁ ରାଜ୍ୟ ସରକାର ବିଜ୍ଞାପନ ପ୍ରକାଶ କରିବେ । ଖୁବଶୀଘ୍ର ୫ ହଜାର ଡାକ୍ତର ନିଯୁକ୍ତି ପାଇଁ ବିଜ୍ଞାପନ ବାହାରିବ ।