ସ୍ୱଚ୍ଛ ଓ ସୁବ୍ୟବସ୍ଥିତ ବାର୍ଷିକ ରିକ୍ରୁଟ୍‌ମେଣ୍ଟ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ

ପରୀକ୍ଷା ସଂସ୍କାର ସମ୍ପର୍କିତ ଉଚ୍ଚକ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ବୈଠକ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ପରୀକ୍ଷା ସଂସ୍କାର ସମ୍ପର୍କିତ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରିଛନ୍ତି । ଏହି ଆଲୋଚନା ସମୟରେ ନିଜର ମତାମତ ରଖି ମୁଖ୍ୟମନ୍ତ୍ରୀ ସମାନ ଯୋଗ୍ୟତା, ବିଷୟ ତଥା ଦାୟିତ୍ୱ ଆବଶ୍ୟକ କରୁଥିବା ବିଭିନ୍ନ ବିଭାଗର ପଦବୀ ଗୁଡ଼ିକରେ ନିଯୁକ୍ତି ପାଇଁ ଗୋଟିଏ ପରୀକ୍ଷା କରିବା ପାଇଁ ପରାମର୍ଶ ଦେଇଛନ୍ତି । ଏହା ସହିତ ଏକ ସୁବ୍ୟବସ୍ଥିତ ବାର୍ଷିକ ନିଯୁକ୍ତି ପ୍ରକ୍ରିୟା ଉପରେ ସେ ଗୁରୁତ୍ୱ ଆରୋପ କରିଛନ୍ତି ।ସୂଚନାଯୋଗ୍ୟ ଯେ, ବିଭିନ୍ନ ପରୀକ୍ଷା- ସ୍କୁଲ ବୋର୍ଡ ଠାରୁ ଆରମ୍ଭ କରି ଇଞ୍ଜିନିୟରିଙ୍ଗ୍ ଓ ମେଡିକାଲ ଆଦି ପ୍ରବେଶିକା ପରୀକ୍ଷା ଓ ବିଭିନ୍ନ ନିଯୁକ୍ତି ପାଇଁ ହେଉଥିବା ପରୀକ୍ଷାରେ ସଂସ୍କାର ଆଣିବା ପାଇଁ କେନ୍ଦ୍ର ସରକାର ଏକ ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କଫୋର୍ସ ଗଠନ କରିଛନ୍ତି । ଏହି କମିଟି ବିଭିନ୍ନ ରାଜ୍ୟକୁ ଯାଇ ପରୀକ୍ଷା ସମ୍ପର୍କିତ ସଂସ୍କାର ପାଇଁ ପ୍ରସ୍ତାବ ଗ୍ରହଣ କରୁଛନ୍ତି । ଏହି ପରିପ୍ରେକ୍ଷୀରେ ଟାସ୍କଫୋର୍ସର ପ୍ରତିନିଧିମାନେ ଆଜି ଓଡ଼ିଶା ଆସି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଆଲୋଚନା କରିଛନ୍ତି ।

Leave a Reply

Your email address will not be published. Required fields are marked *