ପୁଣି ବାଜିଲା ସାଇରନ

୧୫ ମିନିଟ୍ ୬ ରାଜ୍ୟ ବ୍ଲାକଆଉଟ୍

ପୁଣି ବାଜିଲା ସାଇରନ । ବ୍ଲାକଆଉଟ୍ ହେଲା ୬ ରାଜ୍ୟ। ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା । ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେଉଛି ମକଡ୍ରିଲ୍‌ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯାଇଛି । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ଯ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ ।