ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
ଆଜି ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ରାଜ୍ୟରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ପାଇଁ ଜନତା ମଇଦାନରେ ବିରାଟ ସମାରୋହର ଆୟୋଜନ କରାଯାଇଛି। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଲକ୍ଷାଧିକ ଲୋକଙ୍କୁ ସମ୍ବୋଧନ କରିବେ। ଏଥିପାଇଁ ବିଜେପି ଓ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରସ୍ତୁତି ହୋଇଛି। ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ରାଜ୍ୟବାସୀଙ୍କୁ ପ୍ରାୟ ୩ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟିଦେବେ। ଏଥିରେ ୨୭୦୦କୋଟି ଟଙ୍କାର ରେଳ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ, ନରାଜରେ ନିର୍ମିତ ୫୦କୋଟି ଟଙ୍କାର ଇଭି ବସ୍ ଡିପୋର ଉଦ୍ଘାଟନ, ୧୦୦ଟି ନୂଆ ଇଭି ବସ୍ର ଶୁଭାରମ୍ଭ ଆଦି ରହିଛି।
