ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି
ଦିଲ୍ଲୀରୁ ଓଡ଼ିଆରେ ନବୀନଙ୍କୁ ଟାର୍ଗେଟ କଲେ ମୋଦି। ଆୟୁଷ୍ମାନ ଭାରତ ଯୋଜନା ପାଇଁ ଏମଓୟୁ ସ୍ବାକ୍ଷର ହୋଇଛି । ଏହାକୁ ନେଇ ଏକ୍ସ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି।ଏକ୍ସରେ ମୋଦି କହିଛନ୍ତି, ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ! ଏହା ବାସ୍ତବରେ ଏକ ବିଡ଼ମ୍ବନା ଯେ ଓଡ଼ିଶାର ମୋର ଭଉଣୀ ଏବଂ ଭାଇମାନେ ପୂର୍ବ ସରକାର ଦ୍ୱାରା ଆୟୁଷ୍ମାନ ଭାରତର ଲାଭରୁ ବଞ୍ଚିତ ହୋଇଥିଲେ । ଏହି ଯୋଜନା ଉଚ୍ଚ ମାନର ସ୍ବାସ୍ଥ୍ୟସେବା ଏବଂ ସୁଲଭ ମୂଲ୍ୟ ସୁନିଶ୍ଚିତ କରିବ । ଏହା ବିଶେଷ କରି ଓଡ଼ିଶାର ନାରୀ ଶକ୍ତି ଏବଂ ବୟସ୍କମାନଙ୍କୁ ଲାଭାନ୍ବିତ କରିବ ।
ଆୟୁଷ୍ମାନ ଭାରତ ପ୍ରଧାନ ମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା (ଏବି ପିଏମ-ଜୟ) ହେଉଛି ସରକାରଙ୍କ ଫ୍ଲାଗସିପ ସ୍ବାସ୍ଥ୍ୟ ବୀମା ପଲିସି, ଯାହା ସେପ୍ଟେମ୍ବର ୨୦୧୮ ରେ ଆରମ୍ଭ କରାଯାଇଥିଲା । ଆର୍ଥିକ ଦୁର୍ବଳ ଥିବା ଲୋକଙ୍କୁ ଆର୍ଥିକ ନିରାପତ୍ତା ଏବଂ ଗୁଣାତ୍ମକ ସ୍ବାସ୍ଥ୍ୟସେବା ସେବା ଯୋଗାଇବା ଏହି ଯୋଜନାର ମୂଳ ଲକ୍ଷ୍ୟ । ନିଜ ଚିକିତ୍ସା ଖର୍ଚ୍ଚ ଉଠାଇବା ପାଇଁ ଗରିବ ଲୋକଙ୍କୁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ କେନ୍ଦ୍ର ସରକାର ଆୟୁଷ୍ମାନ ଯୋଜନା ଆରମ୍ଭ କରିଥିଲେ । ଯାହା ଅଧୀନରେ ପଞ୍ଜୀକୃତ ଲାଭାର୍ଥୀଙ୍କୁ ୫ ଲକ୍ଷ ପର୍ଯ୍ୟନ୍ତ ଆର୍ଥିକ ସହାୟତା ମିଳିଥାଏ ।ଆୟୁଷ୍ମାନ ଭାରତ ସ୍କିମ ଅଧୀନରେ କାର୍ଡଧାରୀ ସରକାରୀ ହସ୍ପିଟାଲରେ ସହଜରେ ନିଜ ରୋଗର ଚିକିତ୍ସା କରେଇ ପାରିବେ । ଏହା ଜରିଆରେ ସେମାନଙ୍କୁ ଚିକିତ୍ସାରେ ଲାଗିବାକୁ ଥିବା ବୀମା ପଇସା ମିଳିପାରିବ ।
