ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ

ଆଜିଠୁ ରାଜ୍ୟରେ ମୋହନ ସରକାର

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ ଭାବେ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ଶପଥ ନେଇଛନ୍ତି । ସେହିପରି ୧୩ ଜଣ ମନ୍ତ୍ରୀ ମଧ୍ୟ ଆଜି ଶପଥ ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ଉପସ୍ଥିତରେ ଶପଥ ନେଲେ ମୋହନ ମାଝୀ । ସେହିପରି ଏହି ଭବ୍ୟ ଶପଥ ଗ୍ରହଣ ସମାରୋହରେ ଯୋଗୀ ଆଦିତ୍ୟନାଥଙ୍କ ସହ ପ୍ରାୟ ୯ ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ୮ ଜଣ କ୍ୟାବିନେଟ୍‌ ଓ ୫ ଜଣ ରାଷ୍ଟ୍ରମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି ।