ନବ ଦାସଙ୍କ ହତ୍ୟା ମାମଲାରେ ଦୀପାଳି ଦାସଙ୍କ ବଡ଼ ପ୍ରତିକ୍ରିୟା

ସିବିଆଇ ତଦନ୍ତ ହେଉ: ଦୀପାଳି ଦାସ

ନବ ଦାସ ହତ୍ୟା ମାମଲାର ହେବ ସିବିଆଇ ତଦନ୍ତ । ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏବେ ଲିଖିତ ଭାବେ ଦେବାକୁ କହିଛନ୍ତି ଦୀପାଳି। ସେ କହିଛନ୍ତି ସିବିଆଇ ତଦନ୍ତ ପାଇଁ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି। ଏବେ ପରିବାରରେ ଆଲୋଚନା ଚାଲିଛି, ଆଗକୁ ନିଶ୍ଚିତ ଲେଖିକି ଜଣାଇବୁ। କିଛି ଦିନ ପୂର୍ବରୁ ସାମ୍ବାଦିକ ସମ୍ମିଳନୀ କରି ଦୀପାଲି ନବ ଦାସଙ୍କ ହତ୍ୟା ଘଟଣା ଉଠାଇଥରଲେ । ବର୍ତ୍ତମାନ ବିଜେପି ସରକାରରେ ଥିବା କେତେକ ବିଧାୟକ ମୋତେ ଓ ଆମ ପରିବାରକୁ ବଦନାମ କରିବା ଭଳି ମନ୍ତବ୍ୟ ଦେଉଛନ୍ତି। ଏପରିକି କିଛି ଗଣମାଧ୍ୟମ ଆମ ପରିବାର ଏବଂ ମୋ ବିଷୟରେ ବାରମ୍ବାର ଖବର ମଧ୍ୟ ପ୍ରସାରଣ କରୁଛନ୍ତି। ଏପରିକି ବିଜେପି ସରକାରରେ ଥିବା ୨ ବିଧାୟକ ବାରମ୍ବାର ମୋ ବାପାଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ କରାଇବାରେ କାହିଁକି ଦୀପାଳି ଚୁପ ରହିଛନ୍ତି ବୋଲି ପ୍ରଶ୍ନ କରୁଛନ୍ତି। ଏଣୁ ଆମ ପରିବାର ଏବଂ ମୋ ପକ୍ଷରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ ମୋ ବାପା ତଥା ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡର ସିବିଆଇ ତଦନ୍ତ କରିବେ କି ବୋଲି ପ୍ରଶ୍ନ କରିଛନ୍ତି। ଏହା ସହିତ ମୋର ଭାଇ ବିଶାଳ ଦାସଙ୍କୁ ବିନା ୱାରେଣ୍ଟ କିମ୍ବା ବିନା ଜୁଡ଼ିସିଆଲ ଆଦେଶରେ କାହିଁକି ଛତିଶଗଡ଼ରେ ପୋଲିସ ହାଜତରେ ରଖାଯାଇଥିଲା ତା’ର ଉତ୍ତର ମୋହନ ସରକାର ଦିଅନ୍ତୁ ବୋଲି ଦୀପାଳି କହିଛନ୍ତି।’