ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ନନ୍ଦନକାନନ
ଓଡ଼ିଶା ଉପକୂଳକୁ ମାଡ଼ି ଆସୁଛି ଘୂର୍ଣ୍ଣିବାତ୍ୟା ‘ଦାନା’ । ସ୍ଥଳ ଭାଗ ଛୁଇଁଲା ସାଇକ୍ଲୋନର ବାହ୍ୟ ବଳୟ । ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ କରିଛି । ଏବେ ବଙ୍ଗୋପସାଗରରେ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ସାଇକ୍ଲୋନ୍ ‘ଦାନା’ । ବାତ୍ୟାକୁ ଦୃଷ୍ଟିରେ ବନ୍ଦ ରହିବ ନନ୍ଦନକାନନ । ଆସନ୍ତାକାଲି ଓ ୨୫ ତାରିଖରେ ନନ୍ଦନକାନନ ବନ୍ଦ ରହିବ । ଏନେଇ ନନ୍ଦନକାନନ କର୍ତ୍ତୁପକ୍ଷ ସୂଚନା ଦେଇଛନ୍ତି । ସେପଟେ ଘୂର୍ଣ୍ଣିବାତ୍ୟା ‘ଦାନା’ ଆସନ୍ତାକାଲି ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଉପକୂଳ ଅତିକ୍ରମ କରିବ । ଭିତରକନିକା-ଧାମରା ପାଖାପାଖି ଲାଣ୍ଡଫଲ୍ କରିପାରେ ‘ଦାନା’ । ଭୀଷଣ ବାତ୍ୟାର ରୂପ ନେଇ ସ୍ଥଳଭାଗ ଅତିକ୍ରମ କରିବ । କାଲି ରାତିରୁ ୨୫ ପୂର୍ବାହ୍ଣ ଯାଏ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଚାଲିବ ବୋଲି ସୂଚନା ଦେଇଛନ୍ତି ଆଇଏମଡି ଡିଜି ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ।