ବଡ଼ ଠାକୁର ପଡ଼ିବା ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ମୁଖ୍ୟମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଆଡ଼ପ ପହଣ୍ଡି ବେଳେ ଅଘଟଣ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠି । ପହଣ୍ଡି ଅଘଟଣ ସାରା ବିଶ୍ବର ଜଗନ୍ନାଥ ପ୍ରେମୀଙ୍କୁ ବ୍ୟଥିତ କରିଛି । ମୁଁ ମଧ୍ୟ ଏହି ଘଟଣା ପାଇଁ ଅତ୍ୟନ୍ତ ମର୍ମାହତ ବୋଲି ସେ ଚିଠିରେ ଉଲ୍ଲେଖ କରିଛନ୍ତି । ରଥଯାତ୍ରାର ହଜାର ହଜାର ବର୍ଷର ପରମ୍ପରାରେ ଏଭଳି ଘଟିନଥିଲା । ଏଭଳି ସ୍ପର୍ଶକାତର ବିଷୟରେ କିଛି ମନ୍ତ୍ରୀଙ୍କ ମନ୍ତବ୍ୟ, ଦୁଃଖକୁ ଦ୍ବିଗୁଣିତ କରିଛି । ଯେମିତି ଏହାର ପୁନରାବୃତ୍ତି ନହେବ, ଏହା ସୁନିଶ୍ଚିତ କରିବାକୁ ସେ ଚିଠିରେ ଅନୁରୋଧ କରିଛନ୍ତି । ଆପଣଙ୍କ ଦୃଷ୍ଟାନ୍ତମୂଳକ ପଦକ୍ଷେପ ଭକ୍ତଙ୍କୁ ଆଶ୍ବସ୍ତ କରିବାରେ ସହାୟକ ହେବ ବୋଲି ମଧ୍ୟ ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।