ନେତାଜୀ ବସ୍ ଟର୍ମିନାଲରେ ମିଳିବ ଅତ୍ୟାଧୁନିକ ସେବା

ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ ଲୋକାର୍ପିତ

କଟକରେ ଲୋକାର୍ପିତ ହେଲା ରାଜ୍ୟର ପ୍ରଥମ ଅତ୍ୟାଧୁନିକ ବସ୍ ଟର୍ମିନାଲ । ନେତାଜୀ ବସ୍ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ବସଷ୍ଟାଣ୍ଡରୁ ପୁରୀକୁ ଗଡ଼ିଲା ପ୍ରଥମ ବସ୍  । ପତାକା ଦେଖାଇ ଶୁଭାରମ୍ଭ କଲେ ନବୀନ ପଟ୍ଟନାୟକ । ୧୫ ଏକର ପରିମିତ ଜମି ଉପରେ ନିର୍ମିତ ବସ୍ ଟର୍ମିନାଲରେ ଖର୍ଚ୍ଚ ହୋଇଛି ୯୦.୨ କୋଟି ଟଙ୍କା । ଏଠାରେ ୧୯୨ ଟି ବସର ରହଣି ଓ ଯାତାୟାତ ସହ ଯାତ୍ରୀଙ୍କ ପାଇଁ ପ୍ରତୀକ୍ଷାଳୟ, ବିଶ୍ରାମ କକ୍ଷ, ଆହାର କେନ୍ଦ୍ର, ହାଇଜେନିକ ଷ୍ଟଲ୍, ପୁରୁଷ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଟିକେଟ କାଉଣ୍ଟରର ସୁବିଧା ରହିଛି ।

ଇଲୋକ୍ଟ୍ରୋନିକ ସୂଚନା ବ୍ୟବସ୍ଥା ମଧ୍ୟ କରାଯାଇଛି । ସିସିଟିଭି ସହ ଟର୍ମିନାଲ ମଧ୍ୟରେ ଏକ ପୋଲିସ ଆଉଟ ପୋଷ୍ଟ ଯାତ୍ରୀଙ୍କ ସୁରକ୍ଷା ପାଇଁ ରହିବ । ଟର୍ମିନାଲରେ ମିଶନ ଶକ୍ତି କାଫେ, ଆହାର କେନ୍ଦ୍ର, ଏଟିଏମ୍ ,ମୋବାଇଲ ଚାର୍ଜିଂ ପଏଣ୍ଟ ଭଳି ସୁବିଧା ରହିଛି ।