ଭିସୁଟରେ ନୂଆ ଡ୍ରେସ କୋଡ୍, ସୁରକ୍ଷା ଦୃଷ୍ଟିରୁ ଛାତ୍ରୀଙ୍କ ପାଇଁ ଓଢଣୀ ବାରଣ
ଭିସୁଟରେ ଲାଗୁ ହେଲା ୟୁନିଫର୍ମ ବା ଡ୍ରେସ କୋଡ୍ । ପ୍ରଥମ ଥର ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଫର୍ମ ଲାଗୁ ହୋଇଛି । ୨୦୨୫-୨୦୨୬ ବର୍ଷ ପାଇଁ ଆଡମିଶନ ନେଇଥିବା ସମସ୍ତ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏହା ଲାଗୁ ହେବ । ପୁଅଙ୍କ ପାଇଁ ଫର୍ମାଲ ପ୍ୟାଣ୍ଟ ଓ ସାର୍ଟ ରହିଥିବାବେଳେ ଝିଅଙ୍କ ପାଇଁ ସାଲଓ୍ବାର କମିଜ୍ ସହ ଓ୍ବେଷ୍ଟକୋଟ୍ ବାଧ୍ଯତାମୂଳକ କରାଯାଇଛି । ସୁରକ୍ଷା ଦୃଷ୍ଟିରୁ ଝିଅଙ୍କ ପାଇଁ ଦୁପଟ୍ଟା ବା ଓଢଣୀ ବାରଣ ରହିଛି । ପ୍ୟାଣ୍ଟ , ସାଲଓ୍ବାର ଓ ଓ୍ବେଷ୍ଟକୋଟର ରଙ୍ଗ ନେଭି ବ୍ଲୁ ଓ ସାର୍ଟର ରଙ୍ଗ ବ୍ଲୁ ରହିବ ବୋଲି କୁହାଯାଇଛି । ଏଥିରେ ପିଜି ଓ ପିଏଚଡି ଛାତ୍ରଛାତ୍ରୀଙ୍କୁ ବାଦ୍ ଦିଆଯାଇଛି । ନୂତନ ନୀତି ମାଧ୍ୟମରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଗୋଷ୍ଠୀବଦ୍ଧତା, ବୃତ୍ତିଗତତା ଏବଂ ସମାନତାକୁ ପ୍ରୋତ୍ସାହିତ କରିବା ପାଇଁ ଲକ୍ଷ୍ୟ ରଖିଛି । ପ୍ରଶାସନ ସୂଚିତ କରିଛନ୍ତି ଯେ, ନିର୍ଦ୍ଧାରିତ ଡ୍ରେସ କୋଡ୍ ପାଳନ ନ କଲେ ଛାତ୍ରଛାତ୍ରୀମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।
