ଆଗକୁ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ

ସେପ୍ଟେମ୍ବରରେ ନନ୍ ଷ୍ଟପ୍ ବର୍ଷା

ସେପ୍ଟେମ୍ବର ମାସରେ ବର୍ଷାରେ ଲାଗିବନି ବ୍ରେକ୍ । ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରବଳ ବର୍ଷା ସମ୍ଭାବନା ରହିଛି କାରଣ ପୁଣି ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢ଼ିବ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ଦଶମିକ ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୮ ଦଶମିକ ୪ ମିଲିମିଟରର ତୁଳନାରେ ୬୦ପ୍ରତିଶତ କମ୍‌ ।