ଓଡ଼ିଶାକୁ ଗଡ଼କରୀଙ୍କ ବଡ଼ ଭେଟି

ଓଡ଼ିଶାକୁ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଲେ ନୀତିନ ଗଡ଼କରୀ

ଓଡ଼ିଶାକୁ ୪ ହଜାର କୋଟି ଟଙ୍କାର ପ୍ରକଳ୍ପ ଭେଟି । ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଏକାଧିକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ୧୩ଟି ଜାତୀୟ ରାଜପଥ ପାଇଁ ୨୯୦୫ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ୪୨୭ କୋଟି ଟଙ୍କାର ୪ଟି ସିଆରଆଇଏଫ ବ୍ରିଜ ଶିଳାନ୍ୟାସ କରିଛନ୍ତି । ଏହାସହ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଯାହାର ବ୍ୟୟ ଅଟକଳ ୮୪୧ କୋଟି ଟଙ୍କା ରହିଛି ତାହା ଲୋକାର୍ପଣ କରିଛନ୍ତି କେନ୍ଦ୍ର ମନ୍ତ୍ରୀ । ଏଥିପାଇଁ ଭୁବନେଶ୍ବର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହୋଇଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଅନ୍ୟପଟେ ସମ୍ପର୍କ ସେତୁର ମଧ୍ୟ ଶିଳାନ୍ୟାସ କରିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ । ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାକୁ ଯୋଡ଼ିବ ଏହି ସେତୁ । ମହାନଦୀରେ ଏହି ସେତୁ ନିର୍ମାଣ ହେଲେ ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ପୂରଣ ହୋଇପାରିବ । ଆଜି ଭୁବନେଶ୍ବରରୁ ଭିସି ଯୋଗେ ସମ୍ପର୍କ ସେତୁର ଶିଳାନ୍ୟାସ କରିଛନ୍ତି ଖୋଦ୍ କେନ୍ଦ୍ରୀୟ ସଡ଼କ ପରିବହନ ଓ ରାଜମାର୍ଗ ମନ୍ତ୍ରୀ ନୀତିନ ଗଡ଼କରୀ । ଏନେଇ ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଳକ ଭିଖମପାଲି ହାଇସ୍କୁଲ ପଡିଆରେ ଏକ ବିରାଟ ସଭାର ଆୟୋଜନ କରାଯାଇଛି ।