ଜନ୍ମମାଟିରେ ପହଞ୍ଚିବ ସହିଦ୍ ସରୋଦଙ୍କ ପାର୍ଥିବ ଶରୀର
ଆଜି ଜନ୍ମ ମାଟିରେ ପହଞ୍ଚିବ ସିକ୍କିମ୍ ବନ୍ୟାରେ ସହିଦ୍ ହୋଇଥିବା ସରୋଜ ଦାସଙ୍କ ପାର୍ଥିବ ଶରୀର । ସରୋଜଙ୍କ ପାର୍ଥିବ ଶରୀର ସିକିମରୁ ଭୁବନେଶ୍ୱର ଅଣାଯିବ । ତା’ପରେ ତାଙ୍କ ଜନ୍ମଭୂମି କାମାକ୍ଷାନଗରର କେନ୍ଦୁଢିପକୁ ଅଣାଯିବ । ସେଠାରୁ ସହିଦଙ୍କ ପାର୍ଥିବ ଶରୀରକୁ ବିରାଟ ଶୋଭାଯାତ୍ରରେ ନିଜ ଗାଁକୁ ନିଆଯିବ । ସଂପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦାରେ ତାଙ୍କ ଗାଁରେ ଶେଷକୃତ୍ୟ ସଂପନ୍ନ କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଭୟଙ୍କର ବନ୍ୟାରେ ସରୋଜ ସହିଦ ହୋଇଥିବା ଖବର ଗୁରୁବାର ତାଙ୍କ ପରିବାରକୁ ସେନା ପକ୍ଷରୁ ସୂଚନା ଦିଆଯାଇଥିଲା । ସରୋଜ ୨୦୧୨ରେ ସେନାରେ ଯୋଗ ଦେଇଥିଲେ । ହାବିଲଦାର ଭାବେ ସିକିମରେ ଟ୍ରେନିଂରେ ଥିଲେ ସରୋଜ । କ୍ୟାମ୍ପକୁ ଫେରୁଥିବା ବେଳେ ବନ୍ୟାରେ ଭାସିଯାଇଥିଲେ ସରୋଜ ଏବଂ ସାଥି ସେନା ଯବାନ । ଶେଷଥର ପାଇଁ ଗତ ମାସେ ତଳେ ରାକ୍ଷୀ ପୂର୍ଣ୍ଣିମାକୁ ରାକ୍ଷୀ ବାନ୍ଧିବାକୁ ଆସିଥିଲେ ସରୋଜ । ଭଉଣୀ ହାତରେ ରାକ୍ଷୀ ବାନ୍ଧି ସେପ୍ଟେମ୍ବର ମାସ ୪ତାରିଖ ଦିନ ଘରୁ ଫେରିଯାଇ ସିକିମରେ ସେନାରେ ଯୋଗ ଦେଇଥିଲେ । ସରୋଜ ୭ ମାସ ତଳେ ବିବାହ କରିଥିଲେ। ହେଲେ ସେ ସହିଦ ହୋଇଥିବା ଥିବା ଖବର ପାଇବା ପରେ ଘରେ ଶୋକର ଛାୟା ଖେଳିଯାଇଛି ।