ବିଧାନସଭାରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ

ବିଧାନସଭାରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ

ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ବିଜେପି ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ ଗଣାଇଥିଲେ। ରାଜ୍ୟପାଳ କହିଥିଲେ, ଓଡ଼ିଶା ଖଣିଜ ସଂପଦରେ ଭରପୂର। ଏହାର ଐତିହ୍ୟ, କୀର୍ତ୍ତିରାଜିକୁ ନେଇ ପରିଚିତ ଓଡ଼ିଶା। ରାଜ୍ୟରେ ଗରିବ, ଯୁବ, ଅନ୍ନଦାତା, ନାରୀଶକ୍ତି ମୋ ସରକାରର ମୂଳମନ୍ତ୍ର ରହିଛି। ଏହିକ୍ରମରେ ସରକାର ଧାନର ମୂଲ୍ୟ ୮୦୦ ଟଙ୍କା ବୃଦ୍ଧି କରିଛନ୍ତି। ରାଜ୍ୟ ସରକାର ଓଡ଼ିଆ ଅସ୍ମିତା ବିକାଶ ଦିଗରେ କାର୍ଯ୍ୟ କରୁଛନ୍ତି। ଖୁବ କମ୍ ସମୟରେ ଡିଜିପି ସମ୍ମିଳନୀ, ଉତ୍କର୍ଷ ଓଡ଼ିଶା, ପ୍ରବାସୀ ଭାରତୀୟ ଦିବସ ଆୟୋଜନ କରିଛୁ। ରାଜ୍ୟରେ ନୂଆ ଶିକ୍ଷାନୀତିକୁ ଲାଗୁ କରିଛନ୍ତି ସରକାର। ଦୁଗ୍ଧ ଚାଷୀଙ୍କ ପାଇଁ କାମଧେନୁ ଯୋଜନା ଆରମ୍ଭ କରାଯାଇଛି। ୨୦୪୭ ସୁଦ୍ଧା ବିକଶିତ ଭାରତରେ ଓଡ଼ିଶାର ପ୍ରମୁଖ ଭୂମିକା ରହିବ। ତେବେ ଆସନ୍ତା ୫ ବର୍ଷ ମଧ୍ୟରେ ୧.୫ ଲକ୍ଷ ସରକାରୀ ଚାକିରି ପୂରଣ କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ଦୁଇ ବର୍ଷରେ ୬୫,୦୦୦ ପଦବୀ ପୂରଣ ହେବ। ଦୁଇ ବର୍ଷରେ ବୟନ ଶିଳ୍ପ କ୍ଷେତ୍ରରେ ୫୦,୦୦୦ ନିଯୁକ୍ତି ଦିଆଯିବ। ୨୦୨୪-୨୫ରେ ୨୪ ହଜାରରୁ ଅଧିକ ପଦବୀ ପୂରଣ ହୋଇସାରିଥିବା ରାଜ୍ୟପାଳ କହିଛନ୍ତି।