ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ

ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ଓଡ଼ିଶା ରାଜ୍ୟପାଳ ବ୍ରଜମୋହନ ରାମ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରଜମୋହନ ରାମ । ଏନେଇ ପ୍ରଧାନମନ୍ତ୍ରୀଙ୍କ ସହ ରାଜ୍ୟପାଳଙ୍କ ସାକ୍ଷାତର PMO X ଦ୍ବାରା ସୂଚନା ଆସିଛି। ତେବେ ଉଭୟଙ୍କ ମଧ୍ୟରେ କେଉଁସବୁ ପ୍ରସଙ୍ଗରେ ଆଲୋଚନା ହୋଇଛି, ସେନେଇ ବିସ୍ତୃତ ସୂଚନା ମିଳିନାହିଁ। ଗତ ୧୮ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିଥିଲେ ବ୍ରଜମୋହନ ରାମ।ଭୁବନେଶ୍ୱର ଲୋକଭବନର ଅଭିଷେକ ହଲ୍ ରେ ଆୟୋଜିତ ସମାରୋହରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍ ହରୀଶ ଟଣ୍ଡନ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ। ଅକ୍ଟୋବର ୧୨ ତାରିଖରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବ୍ରଜମୋହନ ରାମଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।ପୂର୍ବତନ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଝାଡ଼ଖଣ୍ଡର ପଲାମୁ ଲୋକସଭା ଆସନରୁ ତିନିଥର ସାଂସଦ ହୋଇଥିବା ବ୍ରଜମୋହନ ରାମଙ୍କର ଦୀର୍ଘ ରାଜନୈତିକ ଅଭିଜ୍ଞତା ରହିଛି। ସେ ପୂର୍ବରୁ ବିହାର ବିଧାନସଭାର ସଦସ୍ୟ ଥିଲେ। ଏବେ ଓଡ଼ିଶାର ସାମ୍ବିଧାନିକ ମୁଖ୍ୟ ଭାବେ ଦାୟିତ୍ୱ ତୁଲାଉଛନ୍ତି।

Leave a Reply

Your email address will not be published. Required fields are marked *