ଖୁବଶୀଘ୍ର ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା

ଖୁବଶୀଘ୍ର ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା

ଖୁବଶୀଘ୍ର ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କୁ ମିଳିବ ଟଙ୍କା । ଚିଟଫଣ୍ଡ ଟଙ୍କା ଫେରସ୍ତ ନେଇ ରାଜ୍ୟ ସରକାର ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛନ୍ତି । ଆଜି ବିଧାନସଭାରେ ଏନେଇ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ କହିଛନ୍ତି, ”ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ । ଏଥିପାଇଁ ନୂଆ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରୁଛୁ । ଏଯାବତ ୯୬ ହଜାର ୪୭୪ କ୍ଷତିଗ୍ରସ୍ତଙ୍କୁ ୪୫ କୋଟି ୯୬ ଲକ୍ଷ ଫେରସ୍ତ ହୋଇଛି । ଅବଶିଷ୍ଟ ଜମାକାରୀଙ୍କୁ ଫେରସ୍ତ ପାଇଁ ତ୍ବରିତ ପଦକ୍ଷେପ ନିଆଯାଉଛି ।” ନିର୍ବାଚନ ପୂର୍ବରୁ ବିଜେପି ସରକାରକୁ ଆସିଲେ ଦେଢ ବର୍ଷ ଭିତରେ ଚିଟ୍‌ଫଣ୍ଡ କ୍ଷତିପୂରଣ ମିଳିବ ବୋଲି ଘୋଷଣା କରିଥିଲା । ଦଳ କ୍ଷମତାକୁ ଆସିବା ପରେ ନିଜ ପ୍ରତିଶ୍ରୁତି ଅନୁଯାୟୀ ଚିଟଫଣ୍ଡ କ୍ଷତିଗ୍ରସ୍ତଙ୍କୁ ଟଙ୍କା ଫେରନ୍ତ ପାଇଁ ପ୍ରକ୍ରିୟା ଆରମ୍ଭ କରିଥିଲା । ଆଜି ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ କହିଛନ୍ତି, ନୂଆ ସରକାର ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକରଣ କରିବେ ।