ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା
ଆରମ୍ଭ ହୋଇଛି ବିଧାନସଭା ବଜେଟ୍ ଅଧିବେଶନ । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ। ବିକଶିତ ଭାରତର ଓଡ଼ିଶା ହେବ ଗ୍ରୋଥ୍ ଇଞ୍ଜିନ୍ । ୨୦୩୬ରେ ଓଡ଼ିଶା ଗଠନକୁ ଶହେ ବର୍ଷ ପୂରିବ। ସମୃଦ୍ଧ ଓଡ଼ିଶା ଗଠନ ପାଇଁ ମୋ ସରକାର ପ୍ରତିଶ୍ରୁତିବଦ୍ଧ। ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ବରେ କେନ୍ଦ୍ରରୁ ଓଡ଼ିଶାକୁ ବଡ଼ ପ୍ରକଳ୍ପ ମିଳୁଛି।
ଏହା ଉଜ୍ଜ୍ବଳ ଓଡ଼ିଶାର ଭବିଷ୍ୟତକୁ ଦର୍ଶାଉଛି ବୋଲି କହିଛନ୍ତି ରାଜ୍ୟପାଳ। ରାମେଶ୍ବର-ପାରାଦୀପ କୋଷ୍ଟାଲ ହାଇୱେକୁ ଅନୁମୋଦନ ମିଳିଛି । ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ ଓଡ଼ିଶା । ରାଜ୍ୟରେ ରାସ୍ତାର ଆଧୁନିକୀକରଣ କରାଯାଉଛି।ଭୁବନେଶ୍ବର-ଖୋର୍ଦ୍ଧା-କଟକକୁ ନେଇ ରିଂରୋଡ୍ ନିର୍ମାଣ ହେଉଛି।ଜୟଦେବ ବିହାର-ନନ୍ଦନକାନନ ରାସ୍ତା ଫ୍ଲାଏଓଭର ହେବ ବୋଲି ମଧ୍ୟ କହିଛନ୍ତି । ଭିତ୍ତିଭୂମି ସୁଦୃଢ଼ କରିବାକୁ ମୋ ସରକାର ପ୍ରତିଶ୍ରୁତିବଦ୍ଧ । ରାଜ୍ୟରୁ ଅପପୃଷ୍ଟି ଓ ରକ୍ତହୀନତା ଦୂର କରିବା ଲକ୍ଷ୍ୟ ମଧ୍ୟ ରହିଛି ।
