ଦେଶରେ ହେବ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ

ରାଜ୍ୟରେ ଖୋଲିବ ଆଉ ୮ଟି କେନ୍ଦ୍ରୀୟ ବିଦ୍ୟାଳୟ

ରାଜ୍ୟରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। , ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଭାରତ ସରକାର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବାକୁ ଯୋଜନା ରଖିଛନ୍ତି। ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ। ଏହାଦ୍ବାରା ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ। ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ ବୋଲି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Leave a Reply

Your email address will not be published. Required fields are marked *