ରାଜ୍ୟରେ ବଢ଼ିଲା କରୋନା ସଂକ୍ରମଣ

ରାଜ୍ୟରେ ପୁଣି ଏକ କରୋନା ପଜିଟିଭ

ରାଜ୍ୟରେ ପୁଣି ଡରାଇଲାଣି କରୋନା । ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ସପ୍ତାହକ ମଧ୍ୟରେ ଚିହ୍ନଟ ହେଲେଣି ୩ ସଂକ୍ରମିତ । ଆଉ ସେପଟେ ଦେଶରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତକାଲି ଦିନକରେ ୬୨୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ଟପିଛି । କୋଭିଡରେ ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ଜଣଙ୍କର ମୃତ୍ୟୁ ହୋଇଛି ।