୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ସୋମବାର ଜୁଲାଇ ୨୮ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ୧୦୦୦ ଜଣ ଆବେଦନକାରୀ ସେମାନଙ୍କର ନାମ ଅନଲାଇନ୍ ଯୋଗେ ପଞ୍ଜୀକରଣ କରିସାରିଛନ୍ତି। ଏହି ଅନଲାଇନ ପଞ୍ଜୀକରଣ ଜୁଲାଇ ୨୫ ସକାଳ ୧୦.୦୦ ଠାରୁ ଆରମ୍ଭ ହୋଇ ସର୍ବାଧ‌ିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିଥିଲା । ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ଇଚ୍ଛୁକ ଜନସାଧାରଣ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି ।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ଏଥର ଜୁଲାଇ ୨୮ ତାରିଖ ସୋମବାର ସକାଳ ୮ ଘଟିକାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ୱରସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବାର କାର୍ଯ୍ୟକ୍ରମ ରହିଛି। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବା ବ୍ୟବସ୍ଥା ରହିଛି ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗରେ ଲୋକ ସମ୍ପର୍କ ଅଧିକାରୀ ପଠାଣି ରାଉତ ସୂଚନା ଦେଇଛନ୍ତି।