ଓଡ଼ିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ଓଡ଼ିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ । ରାହୁଲଙ୍କ ସହ କଂଗ୍ରେସ ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମଧ୍ୟ ଓଡ଼ିଶା ଗସ୍ତ କରିବେ । ଭୁବନେଶ୍ୱରରେ କଂଗ୍ରେସ ତରଫରୁ ହେବାକୁ ଯାଉଛି ବଡ଼ ସମାବେଶ; ଯେଉଁଥିରେ ସାମିଲ ହେବେ ରାହୁଲ ଗାନ୍ଧୀ ଓ ଦଳୀୟ ଅଧ୍ୟକ୍ଷ । ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଓ ବର୍ଷକର ସରକାର ବିଫଳତାକୁ ନେଇ ଏହି ସମାବେଶ କରିବ କଂଗ୍ରେସ । ଜୁଲାଇ ୯ରେ ରାହୁଲ ଗାନ୍ଧୀ ଓଡ଼ିଶାରେ ଆସି ପହଞ୍ଚିବେ । ବହୁତଦିନ ଧରି ରାହୁଲ ଗାନ୍ଧୀ ଓଡ଼ିଶା ଆସିନାହାନ୍ତି । ଦୀର୍ଘ ଦିନ ପରେ ରାହୁଲ ଓଡ଼ିଶା ଆସୁଥିବା କହିଛନ୍ତି, ରାଜ୍ୟ ପିସିସି ସଭାପତି ଭକ୍ତ ଦାସ ।