ରାଜ୍ୟରେ କାଳବୈଶାଖୀ ସମ୍ଭାବନା

୫ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ରାଜ୍ୟରେ କାଳବୈଶାଖୀ ସମ୍ଭାବନା । ୫ ଜିଲ୍ଲାକୁ ଅରେଞ୍ଜ ଓ ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୮ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ।