ଫୁଲୁଛି ବୈତରଣୀ, ଆଖୁଆପଦାରେ ବିପଦ ସଙ୍କେତ ଟପିଲା ନଦୀଜଳ
ସମ୍ଭାବ୍ୟ ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜଳ ସମ୍ପଦ ବିଭାଗ ପକ୍ଷରୁ ସମସ୍ତ ବିପଦସଙ୍କୁଳ ସ୍ଥାନ ଉପରେ କଡ଼ା ନଜର ରଖାଯାଇଛି । ସ୍ଥାନୀୟ ବିଧାୟକ ସଞ୍ଜୀବ କୁମାର ମଲ୍ଲିକ ମଧ୍ୟ ଆଖୁଆପଦା ଆନିକଟ ପରିଦର୍ଶନ କରି ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ସେ ବିଭାଗୀୟ ଅଧିକ୍ଷଣ ଯନ୍ତ୍ରୀ, ସହକାରୀ ଯନ୍ତ୍ରୀ ଏବଂ କନିଷ୍ଠ ଯନ୍ତ୍ରୀଙ୍କ ସହ ଆଲୋଚନା କରି ଆସନ୍ନ ବନ୍ୟା ସ୍ଥିତିକୁ ନେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ସେହିପରି ଭଦ୍ରକ ଜିଲ୍ଲାପାଳ ଦିଲୀପ ରାଉତରାୟଙ୍କ ନିର୍ଦ୍ଦେଶକ୍ରମେ ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକର ସମସ୍ତ ଅଧିକାରୀଙ୍କୁ ସଜାଗ ରହିବାକୁ କୁହାଯାଇଛି ଏବଂ ବନ୍ୟା ସ୍ଥିତି ଉପରେ ନିରନ୍ତର ନଜର ରଖାଯାଉଛି ।
