ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେଲା ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ

ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମମାଟି କୋରାପୁଟ ପାତ୍ରପୁଟରେ ସମ୍ପନ୍ନ ହୋଇଛି ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ। ଜୟପୁର ମେଡିକାଲରୁ ତାଙ୍କ ପାର୍ଥୀବ ଶରୀରକୁ ଶୋଭାଯାତ୍ରାରେ ପାତ୍ରପୁଟକୁ ନିଆଯାଇଥିଲା । ଗାଁ ମଶାଣୀରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯିବା ପରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ସମୟରେ ସେଠାରେ କମଳାଙ୍କ ସମ୍ପର୍କୀୟଙ୍କ ସହ ଜିଲ୍ଲାପାଳ ଓ ଏସପି ଉପସ୍ଥିତି ଥିଲେ । ଅଧିକାରୀଙ୍କ ଉପସ୍ଥିତିରେ କମଳା ପୂଜାରୀଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଥିଲା । କିଡ଼ନୀ ଜନିତ ସମସ୍ୟାରେ ଆକ୍ରାନ୍ତ ହୋଇ କଟକ ଏସସିବିରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଶନିବାର ଭୋର ୫ଟାରେ ପଦ୍ମଶ୍ରୀ କମଳା ପୂଜାରୀଙ୍କ ପରଲୋକ ଘଟିଥିଲା।

Leave a Reply

Your email address will not be published. Required fields are marked *