ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ
ଝୁଲି ଝୁଲି ଆସୁଛନ୍ତି କାଳିଆ ସାଆନ୍ତ । ପୂର୍ବ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଥିଲା ପହଣ୍ଡି । ନିର୍ଦ୍ଧାରିତ ସମୟର ପ୍ରାୟ ଦୁଇ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଧାଡ଼ି ପହଣ୍ଡିରେ ଆସି ରଥକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି । ପ୍ରଥମେ ସୁଦର୍ଶନ ପହଣ୍ଡିରେ ଆସି ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥରେ ବିରାଜିଥିଲେ । ଏହାପରେ ଧାଡ଼ି ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବଡ଼ ଠାକୁର ଶ୍ରୀ ବଳଭଦ୍ର ପରେ ଦର୍ପଦଳନ ରଥରେ ଦେବୀ ସୁଭଦ୍ରା ବିଜେ କରିଛନ୍ତି । ଏହା ପରେ ଝୁଲି ଝୁଲି ଟାହିଆ ହଲାଇ ହଲାଇ ଆସୁଛନ୍ତି ପ୍ରଭୁ ଶ୍ରୀ ଜଗନ୍ନାଥ । ଘଣ୍ଟଘଣ୍ଟା, ମୃଦଙ୍ଗ, ହୁଳହୁଳିରେ ପ୍ରକମ୍ପିତ ହେଉଛି ପରିବେଶ। ବଡ଼ଦେଉଳ ଛାଡ଼ି ବଡ଼ଦାଣ୍ଡକୁ ଓହ୍ଲାଇ ଆସିଛନ୍ତି ମହାପ୍ରଭୁ ।
