କାଲି ରାଜ୍ୟବ୍ୟାପୀ ପ୍ରତିବାଦ କରିବ ବିଜେଡି
ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ୍ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ କରିବାକୁ ରାଜ୍ୟ ସରକାର ନେଇଥିବା ନିଷ୍ପତ୍ତିର ତୀବ୍ର ପ୍ରତିବାଦ କରିଛି ବିଜେଡି । ଏଥିପାଇଁ ଆସନ୍ତା ୬ ତାରିଖରେ ରାଜ୍ୟବ୍ୟାପୀ ପ୍ରତିବାଦ ଡାକରା ଦେଇଛି ବିଜେଡି । ବିରୋଧୀ ଦଳ ବରିଷ୍ଠ ନେତା ସଞ୍ଜୟ ଦାସବର୍ମା ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି । ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ସରକାରୀ କ୍ୟାଲେଣ୍ଡରରେ ଛୁଟି ଥିବାବେଳେ ଏହାକୁ ହଟାଇ ସରକାର ଅଣସାମ୍ବିଧାନୀକ କାର୍ଯ୍ୟ ବିରୋଧରେ ବିଜେଡି ପ୍ରତିବାଦ କରିବ ବୋଲି ସେ କହିଛନ୍ତି । ଆସନ୍ତାକାଲି ରାଜ୍ୟ ସରକାରଙ୍କ ନିଷ୍ପତ୍ତି ବିରୋଧରେ ପ୍ରତିବାଦ କରିବ ଦଳ। ରାଜ୍ୟରେ ପଞ୍ଚାୟତିରାଜ ଦିବସ ଗତ ପ୍ରାୟ ୩ ଦଶନ୍ଧି ଧରି ମାର୍ଚ୍ଚ ୫ରେ ପାଳିତ ହୋଇଆସୁଥିବାବେଳେ ରାଜ୍ୟ ସରକାର ଏହାକୁ ଏପ୍ରିଲ ୨୪ରେ ପାଳନ କରିବା ନିଷ୍ପତ୍ତି ଦୁର୍ଭାଗ୍ୟଜନକ। ଏହା ରାଜ୍ୟ ସରକାରଙ୍କ ସଂକୀର୍ଣ୍ଣ ମନୋଭାବର ପରିଚୟ। ସାରା ଓଡ଼ିଶାର ଲୋକ ଏହାକୁ ପ୍ରତିବାଦ କରିବେ ବୋଲି କହିଛି ବିଜେଡି ।
