୩୧ରୁ ସଂସଦର ବଜେଟ ଅଧିବେଶନ
ଜାନୁଆରୀ ୩୧ରୁ ସଂସଦର ବଜେଟ ଅଧିବେଶନ। ସଂସଦ ବଜେଟ ଅଧିବେଶନର ପ୍ରଥମ ଦିନରେ ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ୧ ତାରିଖରେ ବଜେଟ ଆଗତ ହେବ। କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ଲାଗି ବଜେଟ ଉପସ୍ଥାପନ କରିବେ। ୩ ଫେବୃଆରୀରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଚର୍ଚ୍ଚା ହେବ। ଦୁଇଟି ପର୍ୟ୍ୟାୟରେ ହେବ ଏହି ବଜେଟ ଅଧିବେଶନ। ପ୍ରଥମ ଅଧିବେଶନ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ ତାରିଖ ପର୍ୟ୍ୟନ୍ତ ଚାଲିବ। ଏହାପରେ ଦ୍ଵିତୀୟ ପର୍ୟ୍ୟାୟ ବଜେଟ ଅଧିବେଶନ ମାର୍ଚ୍ଚ ୧୦ରେ ଆରମ୍ଭ ହେବ। ବଜେଟ ଅଧିବେଶନର ଦ୍ଵିତୀୟ ପର୍ୟ୍ୟାୟ ଏପ୍ରିଲ ୪ ତାରିଖ ପର୍ୟ୍ୟନ୍ତ ଚାଲିବ। ଦିଲ୍ଲୀ ଭୋଟ ଦିନ ବଜେଟ ଅଧିବେଶନ ଚାଲିବ ନାହିଁ।
