ଆଜିଠୁ ସଂସଦ ମୌସୁମୀ ଅଧିବେଶନ

ଆଜିଠୁ ସଂସଦ ମୌସୁମୀ ଅଧିବେଶନ

ଆଜିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ସୂଚାରୁରୂପେ ସଂସଦର ଉଭୟ ଗୃହ ଚଳାଇବା ପାଇଁ ଗତକାଲି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ କରିଥିଲେ । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ ବିଭିନ୍ନ ସହ ଦଳର ନେତା ଉପସ୍ଥିତ ଥିଲେ । ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ଓ ‘ଅପରେସନ ସିନ୍ଦୂର’ ପରେ ଏହା ସଂସଦର ପ୍ରଥମ ଅଧିବେଶନ ହେବ । ବିରୋଧୀ ଦଳଗୁଡ଼ିକ, ବିଶେଷକରି କଂଗ୍ରେସ ଓ ଇଣ୍ଡିଆ ଗଠବନ୍ଧନ ଏହି ଅଧିବେଶନରେ ଅପରେସନ ସିନ୍ଦୂର ଓ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ମଧ୍ୟସ୍ଥତା ଦାବି ଉପରେ ସରକାରଙ୍କୁ ପ୍ରଶ୍ନ କରିବାକୁ ପ୍ରସ୍ତୁତ ହେଉଛନ୍ତି ।