ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ପୁଞ୍ଜିଲାଲର ବୟାନ ରେକର୍ଡ

ପୁଞ୍ଜିଲାଲଙ୍କୁ ଏଡିଜେ ପଚାରିଲେ ୨୪୫ ପ୍ରଶ୍ନ

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା। ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲର ବୟାନ ରେକର୍ଡ। ପୁଞ୍ଜିଲାଲ ମେହେରର ଶେଷ ବୟାନ ରେକର୍ଡ କରାଯାଇଛି। ପୁଞ୍ଜିଲାଲଙ୍କୁ ପାଟଣାଗଡ଼ ଏଡିଜେ ପଚାରିଲେ ୨୪୫ ପ୍ରଶ୍ନ। ଦୀର୍ଘ ୩ଘଣ୍ଟା ଧରି ବୟାନ ରେକର୍ଡ ଚାଲିଲା। ପୂର୍ବରୁ ୬୨ଜଣଙ୍କ ସାକ୍ଷୀ ଗ୍ରହଣ ସରିଛି। ସୂଚନାଯୋଗ୍ୟ, ୨୦୧୮ ଫେବୃଆରୀ ୨୩ରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଂଯୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା। ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା’ ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା।ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ହୋଇଥିଲେ। ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା। ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ଏବେ ରହିଆସୁଛନ୍ତି।