ନୂଆପଡ଼ାରେ ଲୋକେ ପରିବର୍ତ୍ତନ ଚାହୁଁଥିଲେ: ମନମୋହନ ସାମଲ
ନୂଆପଡ଼ାରେ ଲୋକେ ପରିବର୍ତ୍ତନ ଚାହୁଁଥିବା କହିଲେ ମନମୋହନ ସାମଲ । ଯାହାର ପ୍ରତିଫଳନ ଗଣତିରୁ ସ୍ପଷ୍ଟ ହେବାରେ ଲାଗିଛି। ନୂଆପଡ଼ା ଏକ ସମସ୍ୟା ବହୁଳ ନିର୍ବାଚନ ମଣ୍ଡଳୀ।ଶିଳ୍ପ, କଳକାରଖାନା ନାହିଁ, ଜଳସେଚନର ବ୍ୟବସ୍ଥା ହୋଇନି। ଏସବୁ ସମସ୍ୟା ଦୂର କରିବା ପାଇଁ ଲୋକେ ପରିବର୍ତ୍ତନ ଚାହିଁଛନ୍ତି । କଂଗ୍ରେସର ଆରୋପ ନେଇ ମଧ୍ୟ ରଖିଲେ ପ୍ରତିକ୍ରିୟା। ଆମେ ବହୁବାର ହାରିଛୁ, ମାତ୍ର ଏପରି ଅଭିଯୋଗ କରିନାହୁଁ। ଅନ୍ୟକୁ ଦୋଷ ନଦେଇ ଆତ୍ମସମୀକ୍ଷା କରନ୍ତୁ ବିରୋଧୀ କହିଲେ ମନମୋହନ
