କିଶାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କଲେ ମୋଦି

୯ କୋଟି ୩୦ ଲକ୍ଷ ଚାଷୀଙ୍କ ଖାତାକୁ ଗଲା ୨୦ ହଜାର କୋଟି ଟଙ୍କା

ବାରାଣସୀରୁ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦେଶର ମୋଟ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ ଉତ୍ତରପ୍ରଦେଶ ବାରାଣସୀରୁ ଡିବିଟି ମାଧ୍ୟମରେ ମୋଟ ୨୦ ହଜାର କୋଟି ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ। ଚାଷୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ୨ହଜାର ଟଙ୍କା ଲେଖାଏଁ ଆସିଲା। ଏହି ଅବସରରେ ଏକ ଜନସଭାକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ତାଙ୍କ ଉପରେ ବିଶ୍ୱାସ ରଖି ତୃତୀୟ ଥର ଭାବେ ପ୍ରଧାନମନ୍ତ୍ରୀ କରିଥିବାରୁ କୃତଜ୍ଞତା ଜଣାଇଛନ୍ତି। ପିଏମ୍ କିଷାନ ସମ୍ମାନ ନିଧି ବିଶ୍ୱର ସବୁଠୁବଡ଼ ଯୋଜନା ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ। ଏହି ଯୋଜନାରେ ସିଧାସଳଖ ଚାଷୀଙ୍କ ଆକାଉଣ୍ଟକୁ ଯାଉଛି ଟଙ୍କା। ଅନ୍ୟପଟେ ଓଡ଼ିଶାର ଚାଷୀଙ୍କୁ ପିଏମ୍ କିଷାନ ସମ୍ମାନ ନିଧି କିସ୍ତି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ବରଗଡ଼ ଗସ୍ତରେ ଯାଇ ସେଠାକାର କିଛି ଚାଷୀଙ୍କୁ ପିଏମ କୃଷକ ସମ୍ମାନ ନିଧି ଯୋଜନାରେ ଅର୍ଥରାଶି ପ୍ରଦାନ କରିଛନ୍ତି ।