ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି
ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ନବୀନଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ । ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ । ଗତ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଯାଇଥିଲେ ।ଫଳରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ଜଣା ପଡ଼ିଥିଲା । ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି । ଡାକ୍ତର ଆଲୋକ ପାଣିଗ୍ରାହୀ ନବୀନ ପଟ୍ଟନାୟକଙ୍କର ଚିକିତ୍ସା କରୁଥିବା ଜଣାଯାଇଛି ।
