ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ
ସଙ୍ଗମରେ ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ ମୋଦି ପ୍ରୟାଗରାଜରେ ପହଞ୍ଚି ବୁଡ଼ ପକାଇଛନ୍ତି। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ବୁଡ ପକାଇବା ପରେ ସେ ଗଙ୍ଗା ଆଳତି କରିଥିଲେ। ମୌନୀ ଅମାବାସ୍ୟାରେ ଦଳାଚକଟା ହେବା ପରଠାରୁ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ନେଇ ସସପେନ୍ସ ଲାଗି ରହିଥିଲା। ହେଲେ ଶେଷରେ ସେ ବୁଡ଼ ପକାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ୧୦:୦୫ ରେ ପ୍ରୟାଗରାଜ ବିମାନବନ୍ଦରରେ ପହଞ୍ଚି ଡିପିଏସ୍ ହେଲିପ୍ୟାଡରେ ପହଞ୍ଚିଥିଲେ। ସେଠାରୁ ଏରିଆଲ ଘାଟ ଯାଇ ଡଙ୍ଗା ଯୋଗେ ମହାକୁମ୍ଭକୁ ଯାଇଥିଲେ। ମହାସ୍ନାନ ପରେ ସିଧାସଳଖ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି।ବୁଡ଼ ପକାଇ ପୂଣ୍ୟ ଅର୍ଜିବାକୁ ପ୍ରୟାଗରାଜରେ କୋଟି କୋଟି ହିନ୍ଦୁଙ୍କ ପ୍ରାଣ ଓ ମନ। ସାଧୁ ସନ୍ଥ ଓ କୋଟି କୋଟି ସଂଖ୍ୟାରେ ଶ୍ରଦ୍ଧାଳୁ ଗଙ୍ଗା, ଯମୁନା ଓ ସରସ୍ବତୀ ନଦୀର ସଂଗମ ସ୍ଥଳରେ ବୁଡ଼ ପକାଉଛନ୍ତି । ଏଥିପାଇଁ ସଂଗମ ତଟରେ ଲାଗିଛି ସାଧୁ ସନ୍ଥ ଓ ଭକ୍ତଙ୍କ ଗହଳି। ବିଭିନ୍ନ ଆଖଡ଼ାର ସାଧୁ ସନ୍ଥଙ୍କ ହୋମ ଯଜ୍ଞ ଓ ମନ୍ତ୍ରଧ୍ବନୀରେ କଂପୁଛି ଚଉଦିଗ। ୟୁପି ସରକାରଙ୍କ ପକ୍ଷରୁ ମହା ଆୟୋଜନ ସହ କଡ଼ା ସୁରକ୍ଷା ବ୍ୟବସ୍ଥା ବି ଗ୍ରହଣ କରାଯାଇଛି।
