ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ

ଭିଜିଲାନ୍ସ ଜାଲରେ ପୋଲିସ ଏଏସଆଇ । ଲାଞ୍ଚ ଅଭିଯୋଗରେ ଚଢାଉ କରିଛି ଭିଜିଲାନ୍ସ । ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନାରେ କାର୍ୟ୍ୟରତ ଏଏସଆଇ ବୁଡୁ ଭୋଇଙ୍କୁ ଧରିଛି ଭିଜିଲାନ୍ସ । ଏକ ଦୁର୍ଘଟଣାରେ ଜବତ ହୋଇଥିବା ମୋଟର ସାଇକେଲ ଛାଡ଼ିବା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି ବୁଡୁ । ବର୍ତମାନ ବୁଡୁ ଭୋଇଙ୍କ ସୁବର୍ଣ୍ଣପୁର ପଟାଭାଡ଼ି ସ୍ଥିତ ଘର ସହିତ ବୀରମହାରାଜପୁର ଥାନା ରେ ଚଢାଉ ଜାରି ରଖିଛି ଭିଜିଲାନ୍ସ ଟିମ୍ ।