ବିଜେଡ଼ି କର୍ମୀଙ୍କ ଉପରେ ପାଣିମାଡ଼

ବିକ୍ଷୋଭ ବେଳେ ବିଜେଡି କର୍ମୀଙ୍କୁ ଉଠାଇ ନେଲା ପୋଲିସ

ଏଫଏମ୍ ଛାତ୍ରୀ ମୃତ୍ୟୁ ଘଟଣାକୁ ନେଇ ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ। ଲୋୟର ପିଏମଜିରେ ଶହଶହ ବିଜେଡି କର୍ମୀ । ବାଲେଶ୍ବର ପୀଡ଼ିତା ଛାତ୍ରୀଙ୍କୁ ନ୍ୟାୟ ଦାବିରେ ଚାଲିଛି ପ୍ରତିବାଦ । ବିଜେଡିର ବରିଷ୍ଠ ନେତାଙ୍କ ସହ ଯୁବ-ଛାତ୍ର ଓ ମହିଳା କର୍ମୀ ସାମିଲ ହୋଇଛନ୍ତି ଆନ୍ଦୋଳନରେ । ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି । ବିଧାନସଭା ଚତୁଃପାର୍ଶ୍ବରେ କମିଶନରେଟ୍ ପୋଲିସର ଛାଉଣି ।ହଜାର ହଜାର ବିଜେଡି କର୍ମୀ ଶୋଭାଯାତ୍ରାରେ ଆସି ଲୋକସେବା ଭବନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ଲୋକସେବା ଭବନ ଭିତରକୁ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ । ପୁଲିସ ଓ ସୁରକ୍ଷାକର୍ମୀ ସେମାନଙ୍କ ଅଟକାଇବାକୁ ଚେଷ୍ଟା କରିଥିବା ବେଳେ ବିଜେଡି କର୍ମୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି । ଏହାସହ ଆନ୍ଦୋଳନକାରୀଙ୍କୁ ଅଟକାଇବାକୁ ପୁଲିସ ପାଣିମାଡ଼ କରୁଥିବା ଦେଖିବାକୁ ମିଳିଛି । ଆନ୍ଦୋଳନ ତୀବ୍ର ହେବାରୁ ପୁଲିସ ଲୁହବୁହା ଗ୍ୟାସ ମଧ୍ୟ ପ୍ରୟୋଗ କରିଛି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଜୋର ଜବରଦସ୍ତ ଉଠାଇ ନେଇଛି ।ଆନ୍ଦୋଳନକାରୀଙ୍କ ଦାବି ରହିଛି କି ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷ ନୁହେଁ ରାଜ୍ୟ ସରକାର ୨ କୋଟି ଟଙ୍କା ସହାୟତା ପ୍ରଦାନ କରନ୍ତୁ । ଏହାସହ ଉଚ୍ଚଶିକ୍ଷାମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଇସ୍ତଫା ଦିଅନ୍ତୁ । ଘଟଣାର ବିଚାରବିଭାଗୀୟ ତଦନ୍ତ ହେଉ । ଏସବୁ ସହ ସରକାର ରାଜରାସ୍ତାରେ ଆଣ୍ଠୁମାଡ଼ି ନିଜର ଭୁଲ ପାଇଁ କ୍ଷମାପ୍ରାର୍ଥନା କରନ୍ତୁ ବୋଲି ବିଜେଡ଼ି ଦାବି କରିଛି ।