ସମ୍ବଲପୁର ଲୋକସଭାରୁ ପ୍ରଣବଙ୍କ ନୋମିନେସନ

ନାମାଙ୍କନ ଦାଖଲ କଲେ ପ୍ରଣବ ପ୍ରକାଶ ଦାସ

ନାମାଙ୍କନ ଦାଖଲ କଲେ ପ୍ରଣବ ପ୍ରକାଶ ଦାସ । ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ । ଦଳୀୟ କର୍ମୀ ଓ ହଜାର ହଜାର ସମର୍ଥକଙ୍କ ସହ ଏକ ବିଶାଳ ଶୋଭାଯାତ୍ରାରେ ଆସି ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରଣବ । ବାଲିବନ୍ଧାରୁ ରାଲି କରି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟକୁ ଯାଇ ପହଞ୍ଚିଥିଲେ ପ୍ରଣବ । ସେଠାରେ ବରିଷ୍ଠ ନେତାଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ । ପୂର୍ବତନ ବିରୋଧୀ ଦଳ ନେତା ସ୍ବର୍ଗତ ଅଶୋକ ଦାସଙ୍କର ପୁଅ ହେଉଛନ୍ତି ପ୍ରଣବ । ୨୦୦୯ ମସିହାରୁ ଲଗାତାର ତିନି ଥର ଯାଜପୁର ବିଧାନସଭାରୁ ବିପୁଳ ଭୋଟରେ ସେ ବିଜୟୀ ହୋଇଛନ୍ତି ।