କାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସୁରକ୍ଷାରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ । ଆସନ୍ତାକାଲି ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୟାଗଡ ଜିଲ୍ଲାକୁ ଦିନିକିଆ ଗସ୍ତରେ ଆସୁଛନ୍ତି । ଏନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ରାଷ୍ଟ୍ରପତିଙ୍କ ଗସ୍ତ ସମୟରେ ୩୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ। ଆଜି ନୟାଗଡ ଜ଼ିଲ୍ଲାପାଳ, ନୟାଗଡ SP, ADG, ସେଣ୍ଟ୍ରାଲ IG ଏବଂ ଖଣ୍ଡପଡା ବିଧାୟକ ପ୍ରମୁଖ ଉପସ୍ଥିତ ରହି ମହାମହିମଙ୍କ ଗସ୍ତର ପ୍ରସ୍ତୁତି ଉପରେ ଯାଞ୍ଚ କରିଥିଲେ । ଆସନ୍ତାକାଲି ସ୍ୱତନ୍ତ୍ର ବିମାନ ଯୋଗେ ଦିନ ୨ ଟା ସମୟରେ କଣ୍ଟିଲୋ ପଲଟନରେ ଅବତରଣ କରିବ। ସେଠାରୁ PWD ଡାକ ବଙ୍ଗଳାରେ ପଂହଁଚିବେ । ଦିନ ୩ ଟା ୧୫ ରେ କଣ୍ଟିଲୋ ନୀଳମାଧଵ ମନ୍ଦିରରେ ପଂହଁଚିବେ ।ସେଠାରେ ପ୍ରଭୁଙ୍କୁ ଦର୍ଶନ କରି ଶବରରାଜା ବିଶ୍ୱାବସୁଙ୍କ ଗାଁ କାଳିଆପଲ୍ଲୀ ଯିବେ। କାଳିଆପଲ୍ଲୀରେ ଶବର ସମାଜର ଯଜ୍ଞରେ ଆହୁତି ଦେଇ ଶବର ରାଜା ବିଶ୍ୱାବସୁଙ୍କ ପ୍ରତିମୂର୍ତ୍ତୀ ଉନ୍ମୋଚନ କରିବେ।ଏହାପରେ ବିଶ୍ୱାବସୁଙ୍କ ତପସ୍ୟା ସ୍ଥଳକୁ ଯାଇ ଭୁବନେଶ୍ୱର ଫେରିଯିବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟା 6 ଟା ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ। ତା ପରଦିନ ସକାଳ 9 ଟା ରେ ଦିଲ୍ଲୀ ଅଭିମୁଖେ ଫେରିଯିବେ । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂ, ଅତିରିକ୍ତ କମିଶନର ନରସିଂହ ଭୋଳ ଓ ଡିସିପି ଜଗମୋହନ ମିନା । ଏଥିସହ ଆଜି ଫୁଲ ଡ୍ରେସ କାରକେଡ ରିହାର୍ଶଲ୍ ମଧ୍ୟ କରାଯାଇଛି ।
