୬୬ ବର୍ଷରେ ପାଦ ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

HAPPY BIRTHDAY ମାଡାମ ପ୍ରେସିଡେଣ୍ଟ

୬୬ ବର୍ଷରେ ପାଦ ଥାପିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଇରଙ୍ଗପୁରରୁ ରାଇସିନା ହିଲରେ ପହଂଚି ଦେଶର ମହିଳାଙ୍କ ପାଇଁ ସେ ପାଲଟିଛନ୍ତି ଉଦାହରଣ । ଦେଶର ପ୍ରଥମ ଆଦିବାସୀ ଭାବେ ରାଷ୍ଟ୍ରପତି ଆସନ କରିଛନ୍ତି ଅଳଙ୍କୃତ । ଦ୍ରୌପଦୀ ମୁର୍ମୁ ଜଣେ ମିଷ୍ଟଭାଷୀ ନେତ୍ରୀ । ଯିଏ କି ନିଜ କଠିନ ପରିଶ୍ରମ ବଳରେ ଓଡ଼ିଶା ରାଜନୀତିରେ ପ୍ରବେଶ କରିଥିଲେ । ୨୦୨୨ରେ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ସେ ପ୍ରଥମ ଆଦିବାସୀ ଏବଂ ଦ୍ୱିତୀୟ ମହିଳା ଭାବେ ସର୍ବୋଚ୍ଚ ପଦବୀରେ ବସିଛନ୍ତି । ସର୍ବୋଚ୍ଚ ସାମ୍ବିଧାନିକ ପଦ ପାଇଁ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ବିରୋଧରେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ଦ୍ରୌପଦୀ ମୁର୍ମୁ ୧୯୫୮ ମସିହା ଜୁନ୍ ୨୦ ତାରିଖରେ ମୟୂରଭଞ୍ଜ ଜିଲ୍ଲା ଉପରବେଡା ଗ୍ରାମରେ ଆଦିବାସୀ ପରିବାର ବିରଂଚି ନାରାୟଣ ଟୁଡୁଙ୍କ ଘରେ ଜନ୍ମଗ୍ରହଣ କରିଥିଲେ ।