ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନ ସ୍ଥଗିତ

୧୦ ଦିନ ପରେ ସ୍ଥଗିତ ରହିଲା ଶିକ୍ଷକ ଆନ୍ଦୋଳନ

ଦୀର୍ଘ ୧୦ ଦିନ ଧରି ଚାଲିଥିବା ପ୍ରାଥମିକ ଶିକ୍ଷକ ସଂଘ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି | କିଛିଦିନ ପାଇଁ ଆନ୍ଦୋଳନ ସ୍ଥଗିତ ରଖିବାକୁ ସଂଘ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି | ଆନ୍ଦୋଳନ ସ୍ଥଗିତ ନେଇ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଘୋଷଣା କରାଯାଇଛି | ଗ୍ରେଡ୍‌ ପେ’ ବୃଦ୍ଧି, ପ୍ରାଥମିକ ଶିକ୍ଷାରେ ଠିକା ଶିକ୍ଷକ ନିଯୁକ୍ତି ଉଚ୍ଛେଦ ଓ ୨୦୧୭ରୁ ପୁରୁଣା ପେନସନ ଲାଗୁ କରିବା ସହ ୨୦୨୦ ମାର୍ଚ୍ଚ ୧ରୁ ବନ୍ଦ ଥିବା ଇନକ୍ରିମେଣ୍ଟ ପ୍ରଦାନ, ଗଣଶିକ୍ଷକମାନଙ୍କୁ ନିୟମିତ କରିବା, ଓଆରଏସ୍‌ପି-୨୦୧୭ର ବକେୟା ୫୦% ପ୍ରଦାନ କରିବା ସହିତ ନିୟମିତ ଶିକ୍ଷକ ଭଳି ଅନ୍ୟାନ୍ୟ ସୁବିଧା ସୁଯୋଗ ପାଇବା ଦାବି ନେଇ ଚଳିତମାସ ୮ ତାରିଖରେ ପ୍ରାଥମିକ ସ୍କୁଲ ଶିକ୍ଷକ-ଶିକ୍ଷୟିତ୍ରୀ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରଖିଥିଲେ । ଆଉ ଏଥିପାଇଁ ରାଜ୍ୟବ୍ୟାପୀ ସ୍କୁଲରେ ପାଠପଢ଼ା ପ୍ରଭାବିତ ‌ହୋଇଛି।