୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ

୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି

୨୭ରେ ଝାରସୁଗୁଡ଼ା ଆସିବେ ପ୍ରଧାନମନ୍ତ୍ରୀ ମୋଦି । ସାଧାରଣ ସଭାକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ । ମୋଦିଙ୍କ ଗସ୍ତ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ।ପୂର୍ବ ନିର୍ଦ୍ଧାରିତ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୭ ତାରିଖରେ ବ୍ରହ୍ମପୁର ଗସ୍ତ କରିଥାନ୍ତେ। ଏଥିପାଇଁ ଜୋରଦାର ପ୍ରସ୍ତୁତି କରାଯାଇଥିଲା। ବ୍ରହ୍ମପୁରରେ ମୋଦୀଙ୍କ କାର୍ଯ୍ୟକ୍ରମ ପାଇଁ ରାଜ୍ୟ ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ଗତ ୨୦ ତାରିଖ ଦିନ ବ୍ରହ୍ମପୁର ଗସ୍ତ କରିଥିଲେ। ସେଠାରେ ସେ ସମୀକ୍ଷା କରିଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ଅନିବାର୍ଯ୍ୟ ବଶତଃ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ ବାତିଲ ହୋଇଯାଇଥିଲା। ସେହି ସମୟରେ କୁହାଯାଉଥିଲା ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଝାରସୁଗୁଡ଼ାର ଅମୁଲିପାଲି ପଡ଼ିଆରେ ଆୟୋଜିତ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେବେ।