ଧାର୍ମିକ ଅସଦାଚାରଣ ମାମଲାରେ ବଡ଼ ଦଣ୍ଡ

ଶୌଚାଳୟ ସଫା କରିବେ ପୂର୍ବତନ ଉପମୁଖ୍ୟମନ୍ତ୍ରୀ

ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲଙ୍କୁ ଧାର୍ମିକ ଅସଦାଚାରଣ ମାମଲାରେ ବଡ଼ ଦଣ୍ଡ ମିଳିଛି। ପଞ୍ଜାବରେ ଶିରୋମଣି ଅକାଳୀ ଦଳ ସରକାରରେ ଥିବା ସମୟରେ ଡେରା ମୁଖ୍ୟ ରାମ ରହୀମଙ୍କୁ କ୍ଷମା ଦେବାରେ ତତ୍କାଳୀନ ଉପମୁଖ୍ୟମନ୍ତ୍ରୀ ସୁଖବୀର ସିଂହ ବାଦଲ ଏକ ବଡ଼ ଭୂମିକା ଗ୍ରହଣ କରିଥିଲେ। ଉଲ୍ଲେଖଯୋଗ୍ୟ, ଦୁଇମାସ ପୂର୍ବେ ସୁଖବୀର ସିଂହ ବାଦଲଙ୍କୁ ଅକାଲ ତାଖ୍ତଙ୍କ ଦ୍ୱାରା ‘ତନଖୈୟା’ (ଧାର୍ମିକ ଅସଦାଚାରଣରେ ଦୋଷୀ) ଘୋଷିତ କରାଯାଇଥିଲା। ‘ଅକାଳ ତଖତ’ର ଜଥେଦାର ଜ୍ଞାନୀ ରଘୁବୀର ସିଂହ ସଜା ଶୁଣାଇବା ସହ ବାଦଲଙ୍କୁ ସ୍ବର୍ଣ୍ଣ ମନ୍ଦିରରେ ଅଇଁଠା ବାସନ ଓ ଶୌଚାଳୟ ସଫେଇ କରିବାର ନିର୍ଦେଶ ଦେଇଛନ୍ତି। ଏହା ସହ ତାଙ୍କୁ ପଞ୍ଚ ସିଂହ ସାହିବଙ୍କ ଘର ବାହାରେ ସକାଳେ ଘଣ୍ଟାଏ ସେବାଦାରୀ କାମ ମଧ୍ୟ ଦେଇଛନ୍ତି। ‘ଅକାଳ ତଖତ’ ସଜା ଶୁଣାଇ ବାଦଲଙ୍କୁ ନିର୍ଦେଶ ଦେଇଛନ୍ତି, ତାଙ୍କୁ ସଜା ସମୟରେ ପ୍ରତିଦିନ ଗୁରୁଦ୍ବାରରେ କୀର୍ତ୍ତନ ଶୁଣିବାକୁ ହେବ।

Leave a Reply

Your email address will not be published. Required fields are marked *