ଓଡ଼ିଶାର ରାଜ୍ୟପାଳ ପଦରେ ରଘୁବର ଦାସ

ରଘୁବରଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ରଘୁବର ଦାସ ହେଲେ ଓଡିଶାର ନୂଆ ରାଜ୍ୟପାଳ । ରାଷ୍ଟ୍ରପତି ଭବନରୁ ଜାରି ହେଲା ସୂଚନା ।ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ କରୁଛନ୍ତି। ତାଙ୍କ ସ୍ଥାନ ରଘୁବର ନେବେ। ପ୍ରଫେସର ଗଣେଶୀ ଲାଲ ୨୦୧୮ରେ ଓଡ଼ିଶାର ରାଜ୍ୟପାଳ ହୋଇଥିଲେ। ତାଙ୍କ କାର୍ଯ୍ୟକାଳ ୨୦୨୩ ମା’ ମାସରେ ଶେଷ ହୋଇଥିଲା। ଏହାପରେ ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରାଯାଇଥିଲା। ହେଲେ ରାଷ୍ଟ୍ରପତି ମୁର୍ମୁ ରାଜ୍ୟର ନୂଆ ରାଜ୍ୟପାଳ ଭାବେ ଶ୍ରୀ ଦାସଙ୍କ ନାଁ ଉପରେ ମୋହର ମାରିଛନ୍ତି।

ରଘୁବର ଦାସ, ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ବିଜେପି ନେତା, ପ୍ରାଚୀନ ଓଡ଼ିଶାର ରାଜନୀତିର ମୁଖ୍ୟ ଚାଲକ ରହିଥିଲା। ତାଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି। ତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦ୍ଵାରେ ଏହି ନିଯୁକ୍ତି ଦେଇଥିବା ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରଘୁବର ଦାସ, ୧୯୫୫ ମସିହାରେ ଜାମସେଦପୁରରେ ଜନ୍ମ ଗ୍ରହଣ କରିଥିଲେ। ଜାମସେଦପୁର କୋଅପରେଟିଭ୍ କଲେଜରୁ ଶିକ୍ଷା ଲାଭ କରିଥିଲେ ରଘୁବର । ପରବର୍ତ୍ତୀ ସମୟରେ, ସେ ଆଇନରେ ସ୍ନାତକ ଡିଗ୍ରୀ ହାସଲ କରି ଟାଟା ଷ୍ଟିଲ୍ କମ୍ପାନୀରେ ଯୋଗ ଦେଇଥିଲେ। ୧୯୭୭ରେ, ଜନତା ପାର୍ଟିରେ ଯୋଗଦାନ ଏବଂ ପରେ ୧୯୮୦ରେ ବିଜେପିର ପ୍ରତିଷ୍ଠାତା ସଦସ୍ୟ ରହିଥିଲେ।

ରଘୁବର ୫ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଝାଡ଼ଖଣ୍ଡର ଉପମୁଖ୍ୟମନ୍ତ୍ରୀ ଓ ପରବର୍ତ୍ତୀ ସମୟରେ ଝାଡ଼ଖଣ୍ଡର ଷଷ୍ଠ ମୁଖ୍ୟମନ୍ତ୍ରୀ ଭାବରେ ଅବସ୍ଥାପିତ ହୋଇଥିଲେ। ସେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ଭାବରେ ଦୁଇଥର ମଧ୍ୟ କାର୍ଯ୍ୟ କରିଛନ୍ତି । ଜାମସେଦପୁର (ପୂର୍ବ) ବିଧାନସଭା ଆସନରୁ ସେ ବିହାର ବିଧାନସଭାକୁ ୧୯୯୫ରେ ନିର୍ବାଚିତ ହୋଇଥିଲେ ଏବଂ ୨୦୦୪ରେ ଝାଡ଼ଖଣ୍ଡ ରାଜ୍ୟ ବିଜେପିର ସଭାପତି ରୂପେ ଅବସ୍ଥାପିତ ହୋଇଥିଲେ। ଆଉ ଏବେ ଓଡିଶାର ନୂଆ ରାଜ୍ୟପାଳ ଭାବେ ପାଇଛନ୍ତି ନିଯୁକ୍ତି ।