ମେ’ ୧୫ରେ ଓଡ଼ିଶା ଆସିବେ ରାହୁଲ୍

ବଲାଙ୍ଗିରରେ ରାହୁଲ କରିବେ ବାଇକ୍ ରାଲି

ଆସନ୍ତା ଦେଖିବା ହେଭିୱେଟ୍‌ଙ୍କ ପ୍ରଚାର । ବିଜେପି ପ୍ରାର୍ଥୀଙ୍କ ପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଚାର କରିବାକୁ ଆସୁଥିବାବେଳେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍‌ ମାଗିବାକୁ ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି । ଆସନ୍ତା ୧୫ ତାରିଖରେ ବଲାଙ୍ଗିର ଆସିବେ ରାହୁଲ ଗାନ୍ଧି । ବାଇକ୍ ରାଲି ସହ ଜନସଭାରେ ଯୋଗ ଦେବେ ରାହୁଲ ଗାନ୍ଧି । କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଗସ୍ତକୁ ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର କଂଗ୍ରେସ ବିଧାୟକ ପ୍ରାର୍ଥୀ ସମରେନ୍ଦ୍ର ମିଶ୍ର ।