ପୁଣି ଓଡ଼ିଶା ଆସିବେ ରାହୁଲ

ମେ’ ୩ରେ ପୁଣି ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ

ମେ’ ୩ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ରାୟଗଡା ଆସି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ । ତେବେ ଏନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏନେଇ ସୂଚନା ଦେଇଛନ୍ତି । ଖାଲି ସେତିକି ନୁହେଁ ୫ ତାରିଖ କିମ୍ବା ୯ ତାରିଖରେ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ଓଡ଼ିଶା ଆସିବେ । ନବରଙ୍ଗପୁରରେ ପ୍ରିୟଙ୍କା ଗାନ୍ଧୀ ନିର୍ବାଚନୀ ସଭା କରିବେ ବୋଲି ସୂଚନା ମିଳିଛି । ତେବେ ରାହୁଲ ଗାନ୍ଧୀଙ୍କ ସହିତ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ମଧ୍ୟ ଓଡ଼ିଶା ଆସିବେ ବୋଲି ଜଣାପଡିଛି । ଶନିବାର ପ୍ରଥମ ଥର ପାଇଁ ଓଡ଼ିଶାରେ ନିର୍ବାଚନୀ ସମାବେଶ କରିଥିଲେ ରାହୁଲ ଗାନ୍ଧୀ । କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ଏହି ସଭାରେ ଜୋରଦାର ବର୍ଷିଥିଲେ । କେନ୍ଦ୍ର ସରକାର ସହିତ ରାଜ୍ୟ ସରକାର ଉପରେ ବର୍ଷିଥିଲେ ରାହୁଲ ।