ମତ୍ସ୍ୟଜୀବୀମାନଙ୍କୁ ୨୦ରୁ୨୨ ଯାଏଁ ସମୁଦ୍ର ମନା
ଗତ କାଲିର ଘୂର୍ଣ୍ଣି ବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ଓଡିଶା ଉପକୂଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର | ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ସକ୍ରିୟ, ଏହି ଲଘୁଚାପ କ୍ଷେତ୍ର ଆଗାମୀ ଦୁଇଦିନ ଯାଏଁ ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଓଡିଶା ମଧ୍ୟ ଦେଇ ଗତି କରିବାର ସମ୍ଭାବନା । ଯାହାଫଳରେ ଆଗମୀ ୫ ଦିନ ଯାଏଁ ରାଜ୍ୟରେ ବିସ୍ତୃତି ବର୍ଷା ସମ୍ଭାବନା ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ, ଭୁବନେଶ୍ୱର ।
ସକ୍ରିୟ ମୌସୁମୀ ପ୍ରବାହ ତଥା ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳ ତଥା ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଝଡ଼ପବନ ତଥା ଝଟକା ସହ ପବନର ଘଣ୍ଟାପ୍ରତି ବେଗ ୪୦ ରୁ ୫୦କିମି ସମ୍ଭାବନା ହେତୁ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା । ମତ୍ସ୍ୟଜୀବୀମାନଙ୍କୁ ୨୦ରୁ୨୨ ଯାଏଁ ସମୁଦ୍ର ମନା ।