କାଲିଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ରାଜଭବନ
କାଲିଠୁ ସାଧାରଣ ଲୋକଙ୍କ ପାଇଁ ଖୋଲିବ ଓଡ଼ିଶା ରାଜଭବନ । ୧୩ରୁ ୨୨ତାରିଖ ପର୍ଯ୍ୟନ୍ତ ଖୋଲା ରହିବ । ଏହି ସୁନ୍ଦର ପରିବେଶ, ଏଠିକାର ସୁନ୍ଦର ମନୋରମ ଦୃଶ୍ୟକୁ ମନ ଭରି ଉପଭୋଗ କରିବାକୁ ଜନସାଧାରଣଙ୍କୁ ମିଳିବ ସୁଯୋଗ। ଚଳିତ ବର୍ଷ କେବଳ ମୋବାଇଲ୍ ଆପ୍ ପଞ୍ଜିକରଣ ମାଧ୍ୟମରେ ସର୍ବସାଧାରଣଙ୍କ ପ୍ରବେଶ ପାଇଁ ଅନୁମତି ଦିଆଯିବ । ରାଜଭବନ ଉଦ୍ୟାନ ପରିଦର୍ଶନ ପାଇଁ କୌଣସି ପ୍ରବେଶ ଶୁଳ୍କ ଦେବାକୁ ପଡ଼ିବ ନାହିଁ । ଏଥିନିମନ୍ତେ ପ୍ଲେ ଷ୍ଟୋର କିମ୍ବା ଆପ୍ସ ଷ୍ଟୋରରୁ ଉଦ୍ୟାନ ପରିଦର୍ଶନ, ରାଜଭବନ, ଓଡ଼ିଶାର ମୋବାଇଲ୍ ଆପ୍ ଡାଉନ୍ଲୋଡ଼ କରିବାକୁ ପଡ଼ିବ । ଓଡ଼ିଶାର ରାଜଭବନ ୱେବ୍ସାଇଟରେ ଉପଲବ୍ଧ ଥିବା କ୍ୟୁ-ଆର୍ କୋଡ଼ ମାଧ୍ୟମରେ ମୋବାଇଲ୍ ଆପ୍ ମଧ୍ୟ ଡାଉନ୍ଲୋଡ କରାଯାଇପାରିବ ।
